ମହଙ୍ଗା ପଡିଲା ହିରୋଗିରି, ବାନ୍ଧିଲା ପୋଲିସ

Advertisement

ପ୍ରତାପ ଜେନାଙ୍କ ଘରକୁ ଆକ୍ରମଣ ଘଟଣା । ୨ ଜଣଙ୍କୁ ଗିରଫ କଲା କ୍ୟାପିଟାଲ ଥାନା ପୋଲିସ । ସିଧାର୍ଥ ସ୍ୱାଇଁ ଓ ଦେବୀ ପ୍ରସାଦ ଲେଙ୍କା ଗିରଫ। ଅନ୍ୟମାନଙ୍କୁ ଖୁବଶୀଘ୍ର ଧରାଯିବ ବୋଲି ସୂଚନା ଦେଲା ପୋଲିସ ।

ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ଗତ ରାତିରେ ୧୫ରୁ ୨୦ ଜଣ ମଦ୍ୟପ ଗୁଣ୍ଡାଙ୍କ ଆତଙ୍କରାଜ କରିଥିଲେ। ଘର କର୍ମଚାରୀଙ୍କୁ ଅଶ୍ଳୀଳ ଭାଷାରେ ଗାଳି ସହ ମାଡ଼ ମାରିଥିବା ଅଭିଯୋଗ । ଅସାମାଜିକ ଯୁବକମାନେ ସୁରକ୍ଷାକର୍ମୀଙ୍କ ମୁଣ୍ଡରେ ବନ୍ଧୁକ ରଖି ଧମକ ଦେଇଥିଲେ ।

Advertisement

ଏହା କେବଳ ଆକ୍ରମଣ ନୁହେଁ । ଏହା ସଶସ୍ତ୍ର ଆତଙ୍କ । ଯେଉଁ ବିଜେଡି ବିଧାୟକ ଲୋକଙ୍କ ବିଶ୍ବାସ ଓ ନିଜ ଦଳକୁ ଟଙ୍କା ପାଇଁ ବିକ୍ରି କଲେ ସେ ବ୍ୟକ୍ତି ଏବେ ସଶସ୍ତ୍ର ଗୁଣ୍ଡା ପଠାଇ ସତ୍ୟର ସ୍ବରକୁ ଦବାଇବାକୁ ଚାହୁଁଛନ୍ତି । ଏ ଉଭୟ ଅପକର୍ମକୁ ଇତିହାସ କ୍ଷମା କରିବ ନାହିଁ ବୋଲି କହିଛନ୍ତି ପ୍ରତାପ ଜେନା । ତୁରନ୍ତ ଦୋଷୀଙ୍କୁ ଗିରଫ କରିବା ପାଇଁ ଦାବି କରିଥିଲେ। ମୁଖ୍ୟମନ୍ତ୍ରୀ ଘଟଣାରେ ତୁରନ୍ତ ହସ୍ତକ୍ଷେପ ପାଇଁ ସେ ଦାବି କରିଥିଲେ ।

Advertisement

Leave a Reply

Your email address will not be published. Required fields are marked *